ସ୍ୱାଧୀନତା ଦିବସ ପୂର୍ବରୁ ଭାରତବସୀଙ୍କୁ ସମ୍ବୋଧନ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ: ଆସନ୍ତାକାଲି ଭାରତ ପାଳିବ ୭୮ତମ ସ୍ୱାଧୀନତା ଦିବସ। ୭୮ତମ ସ୍ୱାଧୀନତା ଦିବସ ଅବ୍ୟବହିତ ପୂର୍ବରୁ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତି ନିଜ ଅଭିଭାଷଣରେ ସରକାରଙ୍କ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ଉପରେ ଆଲୋକପାତ କରିଛନ୍ତି। ସେ ଅର୍ଥ, କ୍ରୀଡ଼ା ଓ ଭିତ୍ତିଭୂମି କ୍ଷେତ୍ରରେ ଭାରତ ହାସଲ କରିଥିବା ସଫଳତାକୁ ପ୍ରଶଂସା କରିଛନ୍ତି। ଏହାବାଦ ସ୍ୱାଧୀନତା ସଂଗ୍ରାମରେ ଆଦିବାସୀଙ୍କ ଭୂମିକା ସମ୍ପର୍କରେ ମଧ୍ୟ ସୂଚନା ଦେଇଛନ୍ତି। ଦେଶରେ ପ୍ରଣୟନ କରାଯାଇଥିବା ନୂଆ ଅପରାଧିକ ଆଇନ ସ୍ୱାଧୀନତା ସଂଗ୍ରାମୀଙ୍କୁ ଉପଯୁକ୍ତ ଶ୍ରଦ୍ଧାଞ୍ଜଳି ବୋଲି ରାଷ୍ଟ୍ରପତି ତାଙ୍କ ଅଭିଭାଷଣରେ କହିଛନ୍ତି।