ଅକ୍ଟୋବର ୯ ରେ ମିଳିବ ସୁଭଦ୍ରା ଟଙ୍କା

ଭୁବନେଶ୍ୱର: ଅକ୍ଟୋବର ୯ ତାରିଖରେ ମିଳିବ ସୁଭଦ୍ରା ଟଙ୍କା। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି ଯେ ୪୦ ଲକ୍ଷରୁ ଅଧିକ ମହିଳାଙ୍କ ଖାତାକୁ ଯିବ ସୁଭଦ୍ରା ଟଙ୍କା ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟରେ ମିଳିବ ଟଙ୍କା। ପ୍ରଥମ ପର୍ଯ୍ୟାୟରେ ୨୫ ଲକ୍ଷ ମହିଳାଙ୍କୁ ମିଳିଥିଲା ଟଙ୍କା। ବର୍ତମାନ ସୁଦ୍ଧା ଆବେଦନ କଲେଣି ୯୬ ଲକ୍ଷ ମହିଳା।