ଓଡ଼ିଶା ବିଧାନସଭାର ଶୀତ ଅଧିବେଶନ ଆରମ୍ଭ

Nov 26, 2024 - 22:14
 46
ଓଡ଼ିଶା ବିଧାନସଭାର ଶୀତ ଅଧିବେଶନ ଆରମ୍ଭ

ଭୁବନେଶ୍ୱର: ଆରମ୍ଭ ହେଲା ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ। ଜାତୀୟ ସଙ୍ଗୀତ ଗାନ ରୁ ଆରମ୍ଭ ହେଲା ଅଧିବେଶନ। ଗୃହ ଆରମ୍ଭରୁ ଦିବଙ୍ଗତ ନେତାଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ପୂର୍ବତନ ମନ୍ତ୍ରୀ ସମୀର ଦେ, ପୂର୍ବତନ ବିଧାୟକ ଧନେଶ୍ଵର ମାଝୀ, ମକରଧ୍ବଜ ପ୍ରଧାନ, ଉତ୍କଳ କେଶରୀ ପରିଡ଼ା ଓ ପୂର୍ଣ୍ଣଚନ୍ଦ୍ର ମାଝୀଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ ହୋଇଛି। ଶୋକ ପ୍ରସ୍ତାବକୁ ସମର୍ଥନ ଜଣାଇଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ପ୍ରସ୍ତାବକୁ ସମର୍ଥନ କଲେ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କଡ଼ାମ।