ଓଡ଼ିଶା ଅଗ୍ନିଶମ କର୍ମଚାରୀଙ୍କ ଭତ୍ତା ବୃଦ୍ଧି

Feb 4, 2025 - 20:29
 6
ଓଡ଼ିଶା ଅଗ୍ନିଶମ କର୍ମଚାରୀଙ୍କ ଭତ୍ତା ବୃଦ୍ଧି

ଭୁବନେଶ୍ୱର: ଓଡ଼ିଶା ଅଗ୍ନିଶମ କର୍ମଚାରୀଙ୍କ ଭତ୍ତା ବୃଦ୍ଧି କଲେ ରାଜ୍ୟ ସରକାର। ଘରଭଡ଼ା ସହ ଅଗ୍ନିଶମ କର୍ମଚାରୀଙ୍କ ଭତ୍ତା ବୃଦ୍ଧି କରାଯାଇଛି। ଡାଏଟ ଭତ୍ତା ୯୦୦ ଟଙ୍କାରୁ ୧୪,୦୦ ଟଙ୍କାକୁ ବଢ଼ିଲା। ମୋଟର ସାଇକେଲ୍‌ ଭତ୍ତା ୩ ଶହରୁ ୧୦୫୦ ଟଙ୍କାକୁ ବୃଦ୍ଧି କରାଯାଇଛି। ମୋବିଲିଟି ଭତ୍ତା ୧୫୦ରୁ ୩ ଶହ ଟଙ୍କାକୁ ବୃଦ୍ଧି କରାଯାଇଛି। ରିସ୍କ ଭତ୍ତା ୪ ଶହରୁ ୧ ହଜାର ଟଙ୍କାକୁ ବଢ଼ିଥିବା ସୂଚନା।