ବିଜୁବାବୁଙ୍କ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର: ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୯ ତମ ଜୟନ୍ତୀ। ବିଧାନସଭା ପରିସରରେ ଥିବା ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କଲେ ମୂଖ୍ୟମନ୍ତ୍ରୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିଜୁବାବୁ ଓଡ଼ିଶାକୁ ପୁନର୍ଗଠନ କରିଥିଲେ । ଶିଳ୍ପନୀତି ପ୍ରଣୟନ କରି ରାଜ୍ୟର ବିକାଶ କରିଥିଲେ । ମୁଖ୍ୟମନ୍ତ୍ରୀ ହିସାବରେ ତାଙ୍କ ଅବଦାନ ଅତୁଳନୀୟ । ବିଜୁ ବାବଙ୍କୁ ମନେ ପକାଇଲେ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ। ଭୁବନେଶ୍ୱର ଫରେଷ୍ଟ ପାର୍କରେ ଥିବା ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତୀରେ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି ନବୀନ।