ନଭେମ୍ବର ୧ ତାରିଖରୁ ୩ ଦିନ ଯାଏଁ ଦକ୍ଷିଣ ଓଡ଼ିଶାରେ ବର୍ଷା
ଭୁବନେଶ୍ୱର: ନଭେମ୍ବର ୧ ତାରିଖରୁ ଦକ୍ଷିଣ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି। ବଙ୍ଗୋପସଗରରୁ ପୂର୍ବାଳୀ - ତରଙ୍ଗ ପ୍ରଭାବରେ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ଆସନ୍ତା ୧ ରୁ ୩ ତାରିଖ ଯାଏଁ ହାଲୁକା ରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଆଭ୍ୟନ୍ତରୀଣ ଓଡିଶାର କେତେକ ଜିଲ୍ଲାରେ କୁହୁଡ଼ି ଦେଖିବାକୁ ମିଳିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।