ଆସନ୍ତା ସପ୍ତାହରେ ଲଘୁଚାପ ସମ୍ଭାବନା
ଭୁବନେଶ୍ୱର: ଆସନ୍ତା ସପ୍ତାହରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ନଭେମ୍ବର ୧୩ ତାରିଖରେ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି। ଘୂର୍ଣ୍ଣିବଳୟ ଘନୀଭୂତ ହୋଇ ଲଘୁଚାପର ରୂପ ନେଇପାରେ। ଲଘୁଚାପର ରୂପ ନେଇ ଉତ୍ତର ପଶ୍ଚିମ ଦିଗରେ ଗତି କରିପାରେ। ଏହା ପ୍ରଭାବରେ ୧୬ ତାରିଖରୁ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି।