ଲଘୁଚାପ କ୍ଷେତ୍ର ସୃଷ୍ଟି
ଭୁବନେଶ୍ୱର: ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣପୂର୍ବ ବଙ୍ଗୋପସାଗରର ପାର୍ଶ୍ଵବର୍ତ୍ତୀ ଆଣ୍ଡମାନ ସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ନଭେମ୍ବର ୧୬ ତାରିଖ ବେଳକୁ ଏହା ଆହୁରି ଘନୀଭୂତ ହେବା ସମ୍ଭାବନା ରହିଛି। ପଶ୍ଚିମ-ଉତ୍ତର ପଶ୍ଚିମ ଦିଗ ଗତି କରି ଘନୀଭୂତ ହେବ। ଘନୀଭୂତ ହୋଇ ଅବପାତରେ ପରିଣତ ହୋଇପାରେ।
ଏହା ପ୍ରଭାବରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ୧୫ ତାରିଖରୁ ତିନି ଦିନ ବର୍ଷା ସମ୍ଭାବନା ରହିଛି।