ଆସିପାରେ ଆଉ ଏକ ବାତ୍ୟା

Nov 27, 2023 - 12:42
 10

ଭୁବନେଶ୍ୱର: ବଙ୍ଗୋପସାଗରରେ ଆଉ ଏକ ବାତ୍ୟା ସୃଷ୍ଟି ହେବାର ସମ୍ଭାବନା ରହିଛି। ବର୍ତ୍ତମାନ ଦକ୍ଷିଣ ଆଣ୍ଡମାନ ସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହା ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରି ଅବପାତର ରୂପ ନେଇପାରେ। ନଭେମ୍ବର ୨୯ ରେ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଅବପାତର ରୂପ ନେବା ସମ୍ଭାବନା ରହିଛି। ଏହାର ୪୮ ଘଣ୍ଟା ମଧ୍ୟରେ ଅଧିକ ଘନୀଭୂତ ହୋଇ ବାତ୍ୟାର ରୂପ ନେବା ସମ୍ଭାବନା ଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।