କଟକ ଓ ଭୁବନେଶ୍ଵରରେ ହାଲୁକା ବର୍ଷା ଜାରି
ଭୁବନେଶ୍ୱର: ଆଜି ସକାଳୁ କଟକ ଓ ଭୁବନେଶ୍ବରରେ ହାଲୁକା ବର୍ଷା ଆରମ୍ଭ ହୋଇଛି। ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ଲାଗିରହିବା ସମ୍ଭାବନା ରହିଛି। ପଶ୍ଚିମ ଓଡ଼ିଶାର କିଛି ସ୍ଥାନରେ ହାଲୁକା ରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବିଙ୍କୁ ସମୁଦ୍ର ମଧ୍ୟକୁ ନଯିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ। ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହୋଇଛି ବାତ୍ୟା।