ଜୁଲାଇ ୧୯ ରେ ଆଉ ଏକ ଲଘୁଚାପ
ଭୁବନେଶ୍ୱର: ଜୁଲାଇ ୧୯ ରେ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଆଉ ଏକ ଲଘୁଚାପ। ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଉପକୂଳ ଓଡ଼ିଶାରେ ମଧ୍ୟମ ଧରଣର ବର୍ଷା ଆଶଙ୍କା ରହିଛି। ଗତ ୨୪ ଘଣ୍ଟାରେ ରାଜ୍ୟର ବହୁ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି।