ଜୁଲାଇ ୨୪ ରୁ ୨୬ ଭିତରେ ଆଉ ଏକ ଲଘୁଚାପ ସମ୍ଭାବନା

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଯୋଗୁଁ ଓଡ଼ିଶାର ବିଭିନ୍ନ ସ୍ଥାନରେ ଲାଗି ରହିଛି ବର୍ଷା। ଦକ୍ଷିଣ ଓଡ଼ିଶା ସହ ସମ୍ବଲପୁର, ବରଗଡ଼, ବୌଦ୍ଧ ଓ ଦେବଗଡ଼ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ତେବେ ଆସନ୍ତା ୨୪ ରୁ ୨୬ ତାରିଖ ଭିତରେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ଆଶଙ୍କା କରାଯାଉଛି।