୨୭ରେ ଲଘୁଚାପ
ଭୁବନେଶ୍ୱର: ଜୁଲାଇ ୨୬ ତାରିଖରେ ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି। ଆସନ୍ତା ୨୭ରେ ଏହା ଲଘୁଚାପ ରୂପ ନେବାର ସମ୍ଭାବନା ରହିଛି। ୨୮ରେ ଓଡ଼ିଶା ଓ ଛତିଶଗଡ଼ ଉପରେ ଏହାର ପ୍ରଭାବ ରହିବ । ଲଘୁଚାପ ପ୍ରଭାବରୁ ୨୭ରୁ ୨୯ ଯାଏ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ୨୭ ତାରିଖରେ କିଛି ସ୍ଥାନରେ ସ୍ୱଳ୍ପ ବର୍ଷା ହେବ । ୨୮ ତାରିଖରେ ଅନେକ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଏବଂ ୨୯ରେ ବହୁ ସ୍ଥାନରେ ମଧ୍ୟମ ପରିମାଣର ବର୍ଷା ହେବାର ସମ୍ଭାବନା ରହିଛି। ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ପ୍ରବଳ ବର୍ଷା ଆଶଙ୍କା ରହିଛି ।