ଲଘୁଚାପର ରୂପ ନେଲା ଘୂର୍ଣ୍ଣିବଳୟ
ଭୁବନେଶ୍ୱର: ବଙ୍ଗୋପସାଗରରେ ଲଘୁଚାପର ରୂପ ନେଲା ଘୂର୍ଣ୍ଣିବଳୟ। ଅତି ପ୍ରବଳ ବର୍ଷା ନେଇ ଓଡ଼ିଶାର ୬ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି। ଜିଲ୍ଲା ଗୁଡ଼ିକ ହେଲା ଝାରସୁଗୁଡ଼ା,ସମ୍ବଲପୁର,ବରଗଡ଼,ସୁନ୍ଦରଗଡ଼, ଦେବଗଡ଼ ଓ କେଉଁଝର। ଆଲର୍ଟ ରହିବାକୁ ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି ସ୍ଵତନ୍ତ୍ର ରିଲିଫ କମିଶନର। ୩ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୭ରୁ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା ରହିଛି।