୨୪ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା
ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଗାଙ୍ଗେୟ ପଶ୍ଚିମବଙ୍ଗରେ ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର । ଏହାର ପ୍ରଭାବରେ ଅଗଷ୍ଟ ୨୦ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳ ବର୍ଷା ଆଶଙ୍କା କରାଯାଉଛି। ପ୍ରବଳ ବର୍ଷା ନେଇ କାଲି ପାଇଁ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଜିଲ୍ଲା ଗୁଡ଼ିକ ହେଲା ବାଲେଶ୍ବର, ଭଦ୍ରକ, ଯାଜପୁର, ଢେଙ୍କାନାଳ, ଅନୁଗୁଳ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ବରଗଡ଼।