ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ନେଇ ସତର୍କ କରାଇଲେ ସ୍ୱତନ୍ତ୍ର ରିଲିଫ କମିଶନର

Aug 17, 2024 - 19:26
 6

ଭୁବନେଶ୍ୱର: ବଙ୍ଗୋପସାଗରରେ ସକ୍ରିୟ ଥିବା ଲଗୁଚାପ ପ୍ରଭାବରେ ଓଡ଼ିଶାର ଅନେକ ସ୍ଥାନରେ ଜାରି ରହିଛି ବର୍ଷା। ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଉତ୍ତର ଓଡ଼ିଶାର ଜିଲ୍ଲାପାଳମାନଙ୍କୁ ସତର୍କ କରିଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର ସତ୍ୟବ୍ରତ ସାହୁ । ଅଗଷ୍ଟ ୧୯ ପର୍ଯ୍ୟନ୍ତ ବିସ୍ତୃତ ଅଞ୍ଚଳରେ ବର୍ଷା ସମ୍ଭାବନା ରହିଛି। ପରିସ୍ଥିତି ଉପରେ ନଜର ରଖିବାକୁ ଜିଲ୍ଲାପାଳଙ୍କୁ ଦିଆଯାଇଛି ପରାମର୍ଶ।