ଓଡ଼ିଶାର ୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆଜି ଓଡ଼ିଶାର ୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, କେନ୍ଦୁଝର ଓ ଦେବଗଡ଼ ଜିଲ୍ଲାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ଆଶଙ୍କା ଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଏହି ଜିଲ୍ଲା ଗୁଡ଼ିକରେ ୭ ରୁ ୧୧ ସେମି ବର୍ଷା ସମ୍ଭାବନା ରହିଛି। ଆସନ୍ତାକାଲି ପର୍ଯ୍ୟନ୍ତ ହୋଇପାରେ ବର୍ଷା। ତେବେ ଅଗଷ୍ଟ ୨୧ ରୁ ପାଗରେ ପରିବର୍ତ୍ତନ ଆସିବା ନେଇ ଆକଳନ କରାଯାଇଛି।