ଓଡ଼ିଶାରେ ୫ ଦିନ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟାରେ ଓଡ଼ିଶାର ୧୦ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୧୦ ଜିଲ୍ଲା-ସୁନ୍ଦରଗଡ଼, ବରଗଡ଼, ନୂଆପଡ଼ା, ବଲାଙ୍ଗିର ସୋନପୁର, ନବରଙ୍ଗପୁର, କଳାହାଣ୍ଡି, କୋରାପୁଟ, ରାୟଗଡ଼ା ଓ ଗଜପତିରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ଆଶଙ୍କା ରହିଛି। ରାଜ୍ୟରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଲଗାଣ ବର୍ଷା ହେବାର ସମ୍ଭାବନା ରହିଛି। ଉପକୂଳ ସମେତ ପଶ୍ଚିମ ଓଡ଼ିଶାର କେତେକ ସ୍ଥାନରେ ହୋଇପାରେ ପ୍ରବଳରୁ ଅତି ପ୍ରବଳ ବର୍ଷା।