୨୪ ଘଣ୍ଟାରେ ଲଘଚାପ

Aug 28, 2024 - 19:05
 133
୨୪ ଘଣ୍ଟାରେ ଲଘଚାପ

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟାରେ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ସାରା ଓଡ଼ିଶାରେ ବର୍ଷାର ପରିମାଣ ବୃଦ୍ଧି ପାଇବା ଆଶଙ୍କା କରାଯାଉଛି। ଅଗଷ୍ଟ ୩୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବହୁତ ସ୍ଥାନରେ ହୋଇପାରେ ପ୍ରବଳ ବର୍ଷା। ଆଜି କେନ୍ଦୁଝର, ମୟୁରଭଞ୍ଜ, କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।