ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ

Nov 12, 2024 - 21:47
 2

ଭୁବନେଶ୍ୱର: ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଜି ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା ଆଶଙ୍କା ରହିଛି। ଗଞ୍ଜାମ, ଗଜପତି, ମାଲକାନଗିରି, ରାୟଗଡ଼ା ଓ କୋରାପୁଟ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି। ତେବେ ନଭେମ୍ବର ୧୩ ରୁ ରାଜ୍ୟରେ ପାଗ ଶୁଖିଲା ରହିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଆସନ୍ତା ୧୫ ତାରିଖରୁ ରାତି ତାପମାତ୍ରା ସ୍ବାଭାବିକ ଠାରୁ ୨ ରୁ ୩ ଡିଗ୍ରୀ ହ୍ରାସ ପାଇବା ସମ୍ଭାବନା ରହିଛି।