ଓଡ଼ିଶାରେ ଆସନ୍ତା ବର୍ଷ ହେବ ଛାତ୍ର ସଂସଦ ନିର୍ବାଚନ
ଭୁବନେଶ୍ୱର: ଆସନ୍ତା ବର୍ଷ ଓଡ଼ିଶାରେ ହେବ ଛାତ୍ର ସଂସଦ ନିର୍ବାଚନ। ଛାତ୍ର ନିର୍ବାଚନ ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି। ଛାତ୍ର ସଂସଦ ନିର୍ବାଚନ କେବେ ବନ୍ଦ ହେବ ନାହିଁ। ହୀନ ଚକ୍ରାନ୍ତ କରି ଛାତ୍ର ନିର୍ବାଚନ ବନ୍ଦ କରଯାଇଥିଲା ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦର ଅଧିବେଶନରେ ମୁଖ୍ୟମନ୍ତ୍ରୀ ଏହି ସୂଚନା ଦେଇଛନ୍ତି।