ଆଜି ଓଡ଼ିଶାରେ ୭ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

Jul 16, 2023 - 18:52
Aug 24, 2023 - 14:53
 6
ଆଜି ଓଡ଼ିଶାରେ ୭ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଓଡ଼ିଶାରେ ଲାଗି ରହିଛି ବର୍ଷା । ଉତ୍ତର ପଶ୍ଚିମ ବଙ୍ଗୋପସାଗର ପାଶ୍ୱବର୍ତୀ ଉତ୍ତର ଓଡ଼ିଶା- ପଶ୍ଚିମବଙ୍ଗ ଉପକୂଳର ବାୟୁମଣ୍ଡଳରେ ୫ ଦଶମିକ ୮ କିମି ଉଚ୍ଚତା ପର୍ଯ୍ୟନ୍ତ ପୂର୍ଣ୍ଣବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଆଜି ୭ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସୁନ୍ଦରଗଡ଼, ଝାରରସୁଗୁଡା, ବରଗଡ଼, ନୂଆପଡ଼ା, କଳାହାଣ୍ଡି, କେରାପୁଟ ଓ ନବରଙ୍ଗପୁର ଜିଲ୍ଲା ପାଇଁ ଅରେଂଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ପ୍ରବଳ ବର୍ଷା ପାଇଁ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦୁଝର, ଦେବଗଡ଼, ସମ୍ବଲପୁର, ଅନୁଗୁଳ, ସୋନପୁର, ବୌଦ୍ଧ, କନ୍ଧମାଳ, ବଲାଙ୍ଗୀର ଓ ମାଲକାନଗିରି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।