ଆଜି ଚନ୍ଦ୍ର ଅଭିମୁଖେ ଯାତ୍ରା ଆରମ୍ଭ କରିବ ଚନ୍ଦ୍ରୟାନ-୩

Jul 14, 2023 - 04:29
Aug 24, 2023 - 14:55
 5
ଆଜି ଚନ୍ଦ୍ର ଅଭିମୁଖେ ଯାତ୍ରା ଆରମ୍ଭ କରିବ ଚନ୍ଦ୍ରୟାନ-୩

ଭୁବନେଶ୍ୱର: ଆଜି ଶ୍ରୀହରିକୋଟା ସତୀଶଧାୱନ ସ୍ପେସ୍ ସେଣ୍ଟରରୁ ଚନ୍ଦ୍ରୟାନ-୩(Chandrayaan-3) ଉତ୍‌କ୍ଷେପଣ ହେବ। ଦିନ ୨ଟା ୩୫ ମିନିଟରେ ଚନ୍ଦ୍ର ଅଭିମୁଖେ ଯାତ୍ରା ଆରମ୍ଭ କରିବ ଚନ୍ଦ୍ରୟାନ-୩। ଲଞ୍ଚପ୍ୟାଡ୍‌ରୁ ଉତ୍‌କ୍ଷେପଣ ହେବ ବିଶାଳକାୟ LVM3-M4। ୪୩.୫ ମିଟର ଉଚ୍ଚ ଓ ୬୪୨ ଟନ୍ ଓଜନ ବିଶିଷ୍ଟ ଭାରତର ସର୍ବବୃହତ୍ ଲଞ୍ଚ ଭେହିକିଲ୍ ମାର୍କ-ଥ୍ରୀର ଏହା ହେବ ଚତୁର୍ଥ ମିଶନ୍।