ଆଜି ପଶ୍ଚିମ ଓଡ଼ିଶା ପାଳୁଛି 'ସମ୍ବଲପୁରୀ ଦିନ'

Aug 1, 2023 - 16:24
 10

ସମ୍ବଲପୁର : ଆଜି ସମ୍ବଲପୁରୀ ପୋଷାକ ପିନ୍ଧିବେ ସମ୍ବଲପୁର ଜିଲ୍ଲାର ସମସ୍ତ ସରକାରୀ କର୍ମଚାରୀ । ଏଥିପାଇଁ ଜିଲ୍ଲାପାଳ ସମ୍ବଲପୁର ମ୍ୟୁନିସିପାଲ୍ କର୍ପୋରେସନ୍, ସମସ୍ତ ଉପଜିଲ୍ଲାପାଳ, ଜିଲ୍ଲାର ସବୁ ବିଡିଓ, ତହସିଲଦାର ଓ ବିଭାଗୀୟ ମୁଖ୍ୟମାନଙ୍କୁ ଚିଠି ମାଧ୍ୟମରେ ନିର୍ଦ୍ଦେଶ ଦେଇଛନ୍ତି । ଅଗଷ୍ଟ ପହିଲାରେ ଗୁରୁ ସ୍ୱର୍ଗତ ସତ୍ୟନାରାୟଣ ବହିଦାରଙ୍କ ଜନ୍ମଦିନ । ତାଙ୍କ ଜନ୍ମଦିନକୁ ପଶ୍ଚିମ ଓଡ଼ିଶାର ବିଭିନ୍ନ ପ୍ରାନ୍ତରେ ସମ୍ବଲପୁରୀ ଦିନ୍ ଭାବେ ପାଳନ କରାଯାଉଛି ।