ଆଜିଠୁ ଓଡିଶାରେ ୪ ଦିନ ବର୍ଷା

Aug 16, 2023 - 16:04
Aug 28, 2023 - 14:20
 7
ଆଜିଠୁ ଓଡିଶାରେ ୪ ଦିନ ବର୍ଷା

ଭୁବନେଶ୍ୱର : ଆଜିଠୁ ଓଡ଼ିଶାରେ ଚାରି ଦିନ ବର୍ଷା ନେଇ ପାଣିପାଗ ବିଭାଗର ପୂର୍ବାନୁମାନ କରିଛି। କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆଜି ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ସମ୍ବଲପୁର, ଦେବଗଡ଼, ଢେଙ୍କାନାଳ, ସୋନପୁର, ଅନୁଗୁଳ, ବଲାଙ୍ଗୀର, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାରେ କେତେକ ସ୍ଥାନରେ ବର୍ଷା ସହ ଘଡ଼ଘଡ଼ି ଓ ବଜ୍ରପାତ ହୋଇପାରେ । ଆସନ୍ତାକାଲି କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଂଜାମ, ଗଜପତି ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଅଗଷ୍ଟ ୧୮ ଓ ୧୯ ତାରିଖରେ ମଧ୍ୟ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।