ଆଜିଠୁ +୨ ପ୍ରଥମ ପର୍ଯ୍ୟାୟ ନାମଲେଖା ଆରମ୍ଭ

Jul 7, 2023 - 12:25
 4
ଆଜିଠୁ +୨ ପ୍ରଥମ ପର୍ଯ୍ୟାୟ ନାମଲେଖା ଆରମ୍ଭ

ଭୁବନେଶ୍ୱର : ଆଜିଠୁ ଆରମ୍ଭ ହୋଇଛି + ୨ ପ୍ରଥମ ପର୍ଯ୍ୟାୟ ନାମଲେଖା । ସକାଳ ୯ରୁ ୫ଟା ଯାଏ ନାମଲେଖା ଚାଲିବ । ଚଳିତବର୍ଷ ୪ ଲକ୍ଷ ୭୨ ହଜାର ୨୭୯ ପିଲା ଆବେଦନ କରିଥିଲେ । ପ୍ରଥମ ପର୍ଯ୍ୟାୟ ନାମଲେଖା ପାଇଁ ମନୋନୀତ ହୋଇଛନ୍ତି ୪ ଲକ୍ଷ ୧୨ ହଜାର ୩୬୮ ଜଣ । କଳାରେ ସର୍ବାଧିକ ୨ ଲକ୍ଷ ୫୩ ହଜାର ୧୭୮ ଜଣ, ବାଣିଜ୍ୟରେ ୨୫ ହଜାର ୧୬୮ ଓ ବିଜ୍ଞାନରେ ୧ଲକ୍ଷ ୨୧ ହଜାର ୨୩ ଜଣ ମନୋନୀତ ହୋଇଛନ୍ତି । ବାକି ୫୯ ହଜାର ୯୧୧ ପିଲା ଦ୍ୱିତୀୟ ଓ ସ୍ପଟ୍ ଆଡ଼ମିଶନ ପାଇଁ ରହିଯାଇଛନ୍ତି ।