ଆସନ୍ତା ୪୮ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ଆଉ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା

Jul 17, 2023 - 17:07
Aug 24, 2023 - 14:52
 4
ଆସନ୍ତା ୪୮ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ଆଉ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା

ଭୁବନେଶ୍ୱର : ଆଗାମୀ ୪୮ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ପ୍ରଭାବରେ ରାଜ୍ୟରେ ୧୯ ରୁ ୨୨ ତାରିଖ ପର୍ଯ୍ୟନ୍ତ ବର୍ଷାର ବିସ୍ତୃତି ବଢ଼ିବା ସହ କେତକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଗତକାଲି ପଶ୍ଚିମ ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଉତ୍ତର ଛତିଶଗଡ଼ ଓ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଆଜି ଦୁର୍ବଳ ହୋଇଥିବା ବେଳେ, ଏହା ସହ ଜଡିତ ଘୂର୍ଣ୍ଣିବଳୟ ଆଜି (ସୋମବାର) ପଶ୍ଚିମ ଝଡ଼ଖଣ୍ଡ ଏବଂ ତାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳର ବାୟୁମଣ୍ଡଳରେ ୭.୬ କିଲୋମିଟର ଯାଏଁ ବ୍ୟାପିବା ସହିତ ଦକ୍ଷିଣ-ପଶ୍ଚିମ ଦିଗକୁ ମୁହାଁଇଛି। ଏହାର ପ୍ରଭାବରେ ଆଜି କେତକ ଅଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି।