ଇଲେକ୍ଟ୍ରୋନିକ୍ ଇଣ୍ଟରଲକିଂ ସିଷ୍ଟମରେ ତ୍ରୁଟି ଯୋଗୁଁ ହୋଇଥିଲା ଦୁର୍ଘଟଣା: ରେଳ ମନ୍ତ୍ରୀ

ବାହାନାଗା ଟ୍ରେନ୍ ଦୁର୍ଘଟଣାର ମୂଳ କାରଣ ଜଣାପଡ଼ିଥିବା କହିଛନ୍ତି ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ। ଇଲେକ୍ଟ୍ରୋନିକ୍ ଇଣ୍ଟରଲକିଂ ସିଷ୍ଟମରେ ତ୍ରୁଟି ଯୋଗୁଁ ଦୁର୍ଘଟଣା ଘଟିଛି । ଏଥିପାଇଁ ଦାୟୀ ବ୍ୟକ୍ତିଙ୍କୁ ମଧ୍ୟ ଚିହ୍ନଟ କରାଯାଇଥିବା ସୂଚନା ଦେଇଛନ୍ତି ମନ୍ତ୍ରୀ ।