ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ହେବ ନିର୍ବାଚନ
ଭୁବନେଶ୍ୱର: ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ହେବ ନିର୍ବାଚନ । ମେ ୧୩ ତାରିଖରେ ହେବ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଓ ମେ ୨୦ରେ ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ। ମେ ୨୫ ତୃତୀୟ ପର୍ଯ୍ୟାୟ ନିର୍ବାଚନ ହେବାକୁ ଥିବା ବେଳେ ଜୁନ୍ ୧ରେ ହେବ ଚତୁର୍ଥ ପର୍ଯ୍ୟାୟ ଭୋଟ୍ । ଜୁନ୍ ୪ରେ ଓଡ଼ିଶାରେ ହେବ ଭୋଟ୍ ଗଣତି। ଓଡ଼ିଶା ଲୋକସଭା କେଉଁଠି କେଉଁଦିନ- ମେ’ ୧୩- କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର, କୋରାପୁଟ। ମେ’ ୨୦- ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗିର, କନ୍ଧମାଳ, ଆସିକା। ମେ’ ୨୫- ସମ୍ବଲପୁର, କେନ୍ଦୁଝର, ଢେଙ୍କାନାଳ, କଟକ, ପୁରୀ, ଭୁବନେଶ୍ୱର। ଜୁନ୍ ୧- ମୟୂରଭଂଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର।