ନବୀନ ନିବାସ ସାମ୍ନାରେ ଆତ୍ମାହୁତି ଉଦ୍ୟମ କଲେ ଗୋଟିଏ ପରିବାରର ୬ ସଦସ୍ୟ

ଭୁବନେଶ୍ୱର : ଆଜି ନବୀନ ନିବାସ ଆଗରେ ଆତ୍ମାହୁତି ଉଦ୍ୟମ କଲେ ଗୋଟିଏ ପରିବାରର ୬ ଜଣ ସଦସ୍ୟ। ପୁଅର ହତ୍ୟାକାରୀକୁ ପୋଲିସ ଗିରଫ କରୁନଥିବାରୁ ନ୍ୟାୟ ପାଇବା ପାଇଁ ନବୀନ ନିବାସ ଆଗରେ ପରିବାରର ୬ ସଦସ୍ୟ ଆତ୍ମାହୁତି ଉଦ୍ୟମ କରିଛନ୍ତି । ୨୦୨୨ ଚନ୍ଦ୍ରଶେଖରପୁର ଥାନା ଅଂଚଳରେ ଦୈତ୍ୟରାଜ୍ ନାୟକ ନାମକ ଯୁବକଙ୍କ ହତ୍ୟା ହୋଇଥିଲା । ଏହି ହତ୍ୟାକାଣ୍ଡରେ ପୋଲିସ ଗତ ୧୫ ତାରିଖରେ ଅଶୋକ ଜେନା ନାମକ ବ୍ୟକ୍ତିଙ୍କୁ ଗିରଫ କରିଛି । ପୂର୍ବରୁ ମାମଲାରେ କାହାରିକୁ ଗିରଫ କରୁନଥିଲା ପୋଲିସ । ତେବେ ବାରମ୍ବାର ପରିବାର ଲୋକଙ୍କ ଧାରଣା ପରେ ଅଭିଯୁକ୍ତ ଅଶୋକ ଜେନାଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି। ହେଲେ ଅନ୍ୟ ଅଭିଯୁକ୍ତ ମାନେ ଏବେବି ବାହାରେ ବୁଲୁଥିବା ଅଭିଯୋଗ କରିଛନ୍ତି ।