ବାଲେଶ୍ୱର ଟ୍ରେନ୍ ଦୁର୍ଘଟଣା: ଆକ୍ସନ ଟେକେନ୍ ରିପୋର୍ଟ ମାଗିଲେ ଏନ୍ ଏଚ୍ ଆର୍ ସି

Jul 13, 2023 - 17:30
Aug 24, 2023 - 14:56
 42
ବାଲେଶ୍ୱର ଟ୍ରେନ୍ ଦୁର୍ଘଟଣା: ଆକ୍ସନ ଟେକେନ୍ ରିପୋର୍ଟ ମାଗିଲେ ଏନ୍ ଏଚ୍ ଆର୍ ସି

ଭୁବନେଶ୍ୱର : ବାହାନଗା ଟ୍ରେନ ଦୁର୍ଘଟଣା ପ୍ରସଙ୍ଗରେ ନୋଟିସ୍ ଜାରିକଲେ ଜାତୀୟ ମାନବାଧିାର କମିଶନ ବା ଏନ୍ ଏଚ୍ ଆର୍ ସି। ରେଲୱେ ବୋର୍ଡ ଚେୟାରମ୍ୟାନ ଏବଂ ଓଡ଼ିଶା ମୁଖ୍ୟ ଶାସନ ସଚିବଙ୍କୁ ନୋଟିସ୍ କରିଛନ୍ତି ଜାତୀୟ ମାନବାଧିକାର କମିଶନ । ମାନବାଧିକାର ଉଲ୍ଲଂଘନ ଅଭିଯୋଗ ସଂପର୍କିତ ଏକ ପିଟିସନ ଆଧାରରେ, ଆକ୍ସନ ଟେକେନ୍ ରିପୋର୍ଟ ତଲବ କରିଛନ୍ତି କମିଶନ । ରେଳ କର୍ତ୍ତୃପକ୍ଷଙ୍କ ଅବହେଳା ଓ ବିଫଳତା ଯୋଗୁଁ ଦୁର୍ଘଟଣାଗ୍ରସ୍ତ ଟ୍ରେନର ମୃତାହତ ଯାତ୍ରୀମାନଙ୍କ ଅଧିକାର ଉଲ୍ଲଂଘନ ହୋଇଥିବା ଏକ ପିଟିସନ୍ ଦାୟର କରିଛନ୍ତି ସୁପ୍ରିମକୋର୍ଟ ଆଇନଜୀବୀ ତଥା ମାନବାଧିକାର କର୍ମୀ ରାଧାକାନ୍ତ ତ୍ରିପାଠୀ ।