ବାଲେଶ୍ୱର ଟ୍ରେନ୍ ଦୁର୍ଘଟଣା: ଆହତଙ୍କୁ ଭେଟିଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ

କଟକ : ଆଜି ବାଲେଶ୍ୱର ଜିଲ୍ଲା ବାହାନଗା ଟ୍ରେନ୍ ଦୁର୍ଘଟଣା ର ଆହତଙ୍କୁ ଭେଟିଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। କଟକ ଏସସିବିରେ ପହଞ୍ଚି ଆହତଙ୍କ ସ୍ୱାସ୍ଥ୍ୟବସ୍ଥା ପଚାରି ବୁଝିବା ସହ ଚିକିତ୍ସା ବ୍ୟବସ୍ଥାର ଅନୁଧ୍ୟାନ କରିଛନ୍ତି । ଆହତଙ୍କୁ ଭେଟିବା ପରେ ମମତା କହିଛନ୍ତି ଯେ ୩୧ ଜଣ ବ୍ୟକ୍ତି ଏବେ ବି ନିଖୋଜ ଅଛନ୍ତି, ୧୦୩ ମୃତଦେହ ଚିହ୍ନଟ ହୋଇଛି। ୯୭ ଜଣ ବିଭିନ୍ନ ମେଡିକାଲରେ ଚିକିତ୍ସାଧୀନ ଅଛନ୍ତି । ଏପର୍ଯ୍ୟନ୍ତ ୮୭ ମୃତଦେହ ପଶ୍ଚିମବଙ୍ଗରେ ପହଞ୍ଚିଛି ।