ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ମକର ଚରଣ ଦାସଙ୍କ ବିୟୋଗରେ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କ ଶୋକ

Aug 22, 2023 - 12:23
Aug 24, 2023 - 13:56
 83
ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ମକର ଚରଣ ଦାସଙ୍କ ବିୟୋଗରେ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କ ଶୋକ

ଭୁବନେଶ୍ୱର : ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ମକର ଚରଣ ଦାସଙ୍କ ବିୟୋଗରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ,ସମବାୟ,ଉଚ୍ଚଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି ଓ ୯୯ ବର୍ଷୀୟ ଶ୍ରୀ ଦାସ ବାର୍ଦ୍ଧକ୍ୟ ଜନିତ ଅସୁସ୍ଥତା ଯୋଗୁଁ କଟକ ଏସ୍‌.ସି.ବି ମେଡିକାଲ କଲେଜ ଓ ହସପିଟାଲରେ ଚିକିତ୍ସାଧିନ ଥିବା ବେଳ ଆଜି ସକାଳ ୬.୪୦ ମିନିଟରେ ଇହଲୀଳା ସମ୍ଭରଣ କରିଛନ୍ତି ଓ ମନ୍ତ୍ରୀ ଶ୍ରୀ ନାୟକ ଏକ ଶୋକ ବାର୍ତାରେ କହିଛନ୍ତି ଯେ କେନ୍ଦ୍ରାପଡା ଜିଲ୍ଲାର ଗର୍ବ ଓ ଗୌରବ ବର୍ଷିୟାନ ସ୍ୱାଧୀନତା ସଂଗ୍ରାମୀ ସ୍ୱର୍ଗତ ମକରନ୍ଦ ଦାସ ଗାନ୍ଧୀଜୀଙ୍କ ଡାକରାରେ ମୁକ୍ତି ଯୁଦ୍ଧରେ ସାମିଲ ହୋଇଥିଲେ ଏବଂ ବ୍ରିଟିଶ୍ ରାଜ୍ ବିରୁଦ୍ଧରେ ସଂଗ୍ରାମକରି କାରାବରଣ କରିଥିଲେ ସେ ଜଣେ ସତ୍ୟନିଷ୍ଠ ପରୋପକାରୀ ବନ୍ଧୁବଚ୍ଛଳ ବ୍ୟକ୍ତି ଥିଲେ ଓ ମନ୍ତ୍ରୀ ଶ୍ରୀ ନାୟକ ତାଙ୍କ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଇବା ସହିତ ସ୍ୱର୍ଗତ ଆତ୍ମାର ସଦ୍ଗତି ନିମନ୍ତେ ଇଶ୍ୱରଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି ।