ସମୃଦ୍ଧ ଓଡ଼ିଶା ପାଇଁ ସଂକଳ୍ପ ନେବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ଵାନ
ସ୍ୱାଧୀନତା ଦିବସ ଉତ୍ସବରେ ଜାତୀୟ ପତାକା ଉତ୍ତୋଳନ କରିବା ସହ ଅଭିବାଦନ ଗ୍ରହଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱର : ଆଜି ଭୁବନେଶ୍ବର ପ୍ରଦର୍ଶନୀ ପଡ଼ିଆରେ ଅନୁଷ୍ଠିତ ହୋଇଥିବା ସ୍ୱାଧୀନତା ଦିବସ ପାଳନ ସମାରୋହରେ ଜାତୀୟ ପତାକା ଉତ୍ତୋଳନ କରିବା ସହ ଅଭିବାଦନ ଗ୍ରହଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ତାଙ୍କ ଅଭିଭାଷଣ ରଖି ଦେଶର ବରପୁତ୍ର ମାନଙ୍କୁ ମନେପକାଇଥିଲେ। ରାଜ୍ୟବାସୀଙ୍କୁ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, ଓଡ଼ିଶାର ବିକାଶରେ ସମସ୍ତେ ସାମିଲ ହୋଇଛନ୍ତି। ଅର୍ଥନୀତିରେ ସମୃଦ୍ଧ ହୋଇଛି। ଓଡ଼ିଶାକୁ ଏବେ ଲକ୍ଷ ଲକ୍ଷ କୋଟି ପୁଞ୍ଜି ଆସୁଛି। ମିଶନ ଶକ୍ତି ଜରିଆରେ ମା’ମାନେ ସମୃଦ୍ଧ ହୋଇଛନ୍ତି। ସମସ୍ତ ପଞ୍ଚାୟତରେ ବ୍ୟାଙ୍କିଙ୍ଗ ସୁବିଧା ଉପଲବ୍ଧ କରାଯାଇଛି। ବିଏସକେୱାଇ ଯୋଜନାରେ ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ବଡ଼ ସହାୟକ ହେଉଛି। ଆସନ୍ତୁ ସମୃଦ୍ଧ ଓ ରୁପାନ୍ତରୀତ ଓଡ଼ିଶା ପାଇଁ ସମସ୍ତେ ମିଳିମିଶି କାମ କରିବା।