୧୫ଟି ପ୍ରସ୍ତାବକୁ ଓଡ଼ିଶା କ୍ୟାବିନେଟର ମଞ୍ଜୁରୀ

Jun 21, 2023 - 18:41
 64
୧୫ଟି ପ୍ରସ୍ତାବକୁ ଓଡ଼ିଶା କ୍ୟାବିନେଟର ମଞ୍ଜୁରୀ

ଭୁବନେଶ୍ୱର: ଆଜି ଓଡ଼ିଶା ମୂଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା କ୍ୟାବିନେଟ ବୈଠକରେ ୧୫ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ଗଂଜାମ ଶୀତଳାପଲ୍ଲୀରେ ହସ୍ପିଟାଲ ପାଇଁ ଟାଟାକୁ ୪୩ ଏକର ଜମି ଯୋଗାଇବା ପାଇଁ ନିଷ୍ପତ୍ତି ନିଆଯାଇଛି। ରାୟଗଡ଼ା ମଝିଘରିଆଣି ମନ୍ଦିର ବିକାଶ ପାଇଁ ୬ ଏକର ଜମି ଦିଆଯିବ। ସମ୍ବିଧାନର ଅଷ୍ଟମ ଅନୁଚ୍ଛେଦରେ ‘ସୌରା’ ଭାଷାକୁ ସ୍ଥାନିତ କରାଯିବ। ଏଥିସହିତ ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାକୁ ରାଜ୍ୟ କ୍ୟାବିନେଟର ଅନୁମୋଦନ ମିଳିଛି। ଦୁର୍ଗମ ପାର୍ବତ୍ୟ ଅଞ୍ଚଳ, ନକ୍ସଲ ପ୍ରଭାବିତ ଅଞ୍ଚଳକୁ ସଂଯୋଗୀକରଣ, ଅପହଞ୍ଚ ଓ ଅସଂଯୋଜିତ ଗ୍ରାମାଞ୍ଚଳକୁ ମୁଖ୍ୟ ସଡ଼କ ସହ ଯୋଡ଼ିବା ଲକ୍ଷ୍ୟ ରଖାଯାଇଛି। ଯୋଜନାରେ ୩୬୧ କିମି ରାସ୍ତା ହେବ। ଏଥିପାଇଁ ମୋଟ ୯୭୬ କୋଟି ର ବ୍ୟୟବରାଦ ହୋଇଛି।