୪୮ ଘଣ୍ଟାରେ ଲଘୁଚାପ

ଭୁବନେଶ୍ୱର: ଆସନ୍ତା ୪୮ ଘଣ୍ଟାରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ବଙ୍ଗୋପସାଗର ଓ ପାର୍ଶ୍ଵବର୍ତ୍ତି ଅଞ୍ଚଳରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ। ତେବେ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର ୧୧ଟି ଜିଲ୍ଲାରେ ବର୍ଷା ଆକଳନ କରିଛି ପାଣିପାଗ ବିଭାଗ। ଜିଲ୍ଲା ଗୁଡ଼ିକ ହେଲା ଗଞ୍ଜାମ, ଗଜପତି, କୋରାପୁଟ, କନ୍ଧମାଳ, ରାୟଗଡ଼ା, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର ଓ ବରଗଡ଼।